ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

0
26

ଭୁବନେଶ୍ୱର (ଓବି ନ୍ୟୁଜ): ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ । ଓଡ଼ିଶାର ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣଙ୍କୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଓଡ଼ିଶାର ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ମେଂଟ ସରକାରରେ ମନ୍ତ୍ରୀ ଥିଲେ ବିଶ୍ୱଭୂଷଣ । ରାଜ୍ୟପାଳ ପଦବୀରେ ନିଯୁକ୍ତ ହେବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଶ୍ୱଭୂଷଣ । ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଏ ସମ୍ପର୍କରେ ତାଙ୍କୁ ପରୋକ୍ଷରେ ଇଶାରା ଦେଇସାରିଥିଲେ । ଆନ୍ଧ୍ରପ୍ରଦେଶ ଭଳି ଏକ ବଡ଼ ରାଜ୍ୟର ରାଜ୍ୟପାଳ ଭାବେ ଦାୟିତ୍ୱ ମିଳିଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଓଡ଼ିଶା ଏବଂ ଆନ୍ଧ୍ର ପଡ଼ୋଶୀ ରାଜ୍ୟ ହୋଇଥିବାରୁ ବହୁତ କିଛି କରିବାର ସୁଯୋଗ ରହିଛି ବୋଲି ସେ କହିଛନ୍ତି ।

LEAVE A REPLY

Please enter your comment!
Please enter your name here