ହିଞ୍ଜିଳିକାଟୁ (ଓବି ନ୍ୟୁଜ୍)( ପବିତ୍ର କୁମାର ପାତ୍ର) : ରବିବାର ଦିନ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଦିଲ୍ଲିପ କୁମାର ମହାନ୍ତି ଗ୍ରସ୍ତରେ ଆସି ହିଞ୍ଜିଳିବ୍ଲକର ୫ଟିପଞ୍ଚାୟତର ବିିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ କରିବା ସହ ହିଞ୍ଜିଳି ପୌରାଞ୍ଚଳର କୃଷକ ବଜାର ପରିସରରେ ନିର୍ମାଣଧିନ ଥିବା ଶୀତଳଭଣ୍ଡାର ଓ ୮୦ ଶର୍ଯ୍ୟ ବିଶିଷ୍ଟ ଡ଼ାକ୍ତରଖାନା ବୁଲି ଦେଖିବା ସହ କାମ ଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ପରାମର୍ଶ ଦେଇଛନ୍ତି। ଆଜିର ହିଂଜିଳି ଗ୍ରସ୍ତ ସମୟରେ ବିଡ଼ିଓ ପ୍ରସନ୍ନ କୁମାର ପାତ୍ର, ଥାନା ଭାପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ, ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା, ବ୍ଳକ ସହକାରୀ ଯନ୍ତ୍ରୀ ହେମନ୍ତ କୁମାର ହୋତା, ସିଡ଼ିପିଓ ଶୁଭଶ୍ରୀ ପାତ୍ର, ବିଦ୍ୟୁତ ବିଭାଗୀୟ ଏସଡ଼ିଓ ସତ୍ୟ ନାରାୟଣ ଦାଶ, ଆରଏମସି ସମ୍ପାଦକ ବିନାୟକ ବିଶ୍ୱାଳ, ଯୋଗାଣ ନିରୀକ୍ଷକ ଶରତ ବେହେରା ମୁଖ୍ୟମନ୍ତ୍ରୀଙ୍କ ଡ଼ିଆରଡ଼ିଏ ପ୍ରତିନିଧି ଶରତଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ପୌରାଂଚଳ ପ୍ରତିନିଧି ସଂଜୟ କୁମାର ପଣ୍ଡା, ହିଂଜିଳିକାଟୁ ପୌରାଂଚଳ ବିଜେଡ଼ି ସଭାପତି ଭୀମସେନ ବେହେରା , ବ୍ଳକ ଅଧ୍ୟକ୍ଷ ଏନ. ରଘୁନାଥ, , ହିଂଜିଳିର ପୂର୍ବତନ ବିଧାୟକ ହରିହର ସାହୁ, ମନୋଜ ସାବତ ପ୍ରମୁଖ ଉପସ୍ଥିତ ଥିଲେ ।