ପଣ୍ଡିତ ନୀଳକଣ୍ଠ ଦାଶଙ୍କ ୧୩୫ତମ ଜୟନ୍ତୀ

0
81

ଛତ୍ରପୁର(ଓବି ନ୍ୟୁଜ)(ପ୍ରଶାନ୍ତ ମହାରଣା:ସ୍ଥାନୀୟ ପଣ୍ଡିତ ନୀଳକଣ୍ଠ ଏକାଡ଼େମୀ ମହାବିଦ୍ୟାଳୟ ପରିସରରେ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ୧୩୫ତମ ଜୟନ୍ତୀ ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ତଥା ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ଗୁଣଗାନ କରିବା ସହ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଭଲ ପାଠ ପଢି ସୁନାଗରିକ ହେବା ନିମନ୍ତେ ପରାମର୍ଶ ଦେଇଥିଲେ ।
ସମ୍ମାନୀତ ଅତିଥି ଭାବେ ଛତ୍ରପୁର ବ୍ଲକ୍ ଅଧ୍ୟକ୍ଷ ଏମ. ଧନଞ୍ଜୟ ରେଡ୍ଡି ପଣ୍ଡିତ ନୀଳକଣ୍ଠ ଦାଶଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷାବିତ କୃପାସିନ୍ଧୁ ପଣ୍ଡା, ମହାବିଦ୍ୟାଳୟର ଅଧ୍ୟକ୍ଷ ଡା. ରାଜେନ୍ଦ୍ର କୁମାର ଦାଶ , ଅଧ୍ୟାପିକା ନିଖିଳ ପ୍ରଭା ମିଶ୍ର, ଅଧ୍ୟାପକ ସୂର୍ଯ୍ୟ ନାରାୟଣ ଡ଼ାକୁଆ, ଅଧ୍ୟାପକ ପ୍ରଦୀପ କୁମାର ପଣ୍ଡାଙ୍କ ସମେତ ବହୁ ଅଧ୍ୟାପକ ଅଧ୍ୟାପିକା ମାନେ ଯୋଗ ଦେଇ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ଉପରେ କହିଥିଲେ । ଏହି ଦିବସ ଉପରେ ମହାବିଦ୍ୟାଳୟ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।
ଏଥିରେ କୃତିତ୍ୱ ହାସଲ କରିଥିବା ୯ଜଣ ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କାର ବଂଟନ କରାଯାଇଥିଲା । ଶେଷରେ ଅଧ୍ୟାପକ ସୂର୍ଯ୍ୟ ନାରାୟଣ ଡ଼ାକୁଆ ଧନ୍ୟବାଦ ଦେଇଥିବା ବେଳେ ସମସ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here