ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର

0
42

ପାରଦୀପ (ଓବି ନ୍ୟୁଜ୍)(ଅଜିତ୍ ଦାଶ) : କଟକ- ପାରାଦୀପ ରାସ୍ତାର ପଙ୍କପାଳ ଠାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ଛାତ୍ରୀ ଜଣଙ୍କ ସାଇକେଲରେ ଓ ଅନ୍ୟ ଦୁଇ ଜଣ ବାଇକରେ ଯାଉଥିବା ସମୟରେ ଏକ ଟ୍ୟାଙ୍କର ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଛାତ୍ରୀ ଜଣଙ୍କର ମୃତ୍ୟୁ ହୋଇଥିଲା ଓ ୨ଜଣ ବାଇକ ଆରୋହୀ ଗୁରୁତର ଆହତ ହୋଇଥିଲେ । ଘଟଣାସ୍ଥଳରୁ ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ସ୍ଥାନୀୟଲୋକେ ଟ୍ୟାଙ୍କରକୁ ଅଟକ ରଖିବା ସହ କଟକ- ପାରାଦୀପ ରାସ୍ତାକୁ ଅବରୋଧ କରିଛନ୍ତି ।

LEAVE A REPLY

Please enter your comment!
Please enter your name here